
ନୂଆପଡ଼ା:ରିପୋର୍ଟ(ସୁରେଶ ଦଣ୍ଡସେନା)
ନୂଆପଡ଼ା ଜିଲ୍ଲା ପ୍ରଶାସନ ଓ ଦୁର୍ନୀତି ନିବାରଣ ଶାଖାର ମିଳିତ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରୁ ଜିଲ୍ଲା ପୁଲିସ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଏକ ସଚେତନତା ଓ ଏକତା ପଦଯାତ୍ରା ଆୟୋଜିତ ହୋଇଥିଲା | ପରେ ସ୍ଥାନୀୟ ସଦ୍ଭାବନା ସଭାଗୃହରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା | କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ସୁବାସ ଚନ୍ଦ୍ର ରଇତ ମୁଖ୍ୟ ଅତିଥ୍ ଏବଂ ବିଶିଷ୍ଟ ଶିକ୍ଷାବିତ୍ ତଥା ଅବସରପ୍ରାପ୍ତ ଅଧ୍ୟକ୍ଷ ଡ. ଶିବ ପ୍ରସାଦ ବେହେରା ମୁଖ୍ୟ ବକ୍ତା ଭାବେ ଯୋଗଦେଇଥିଲେ | ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଞ୍ଜିତ କୁମାର ନାଏକ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଲମ୍ବୋଦର ଧରୁଆ, ଉପଜିଲ୍ଲାପାଳ ସୁର୍ମି ସୋରେନ, ଦୁର୍ନୀତିନିବାରଣ ବିଭାଗର ଉପ-ଆରକ୍ଷୀ ଅଧୀକ୍ଷକ ଦୀନବନ୍ଧୁ ବେହେରା, ଏସ୍ଡିପିଓ କ୍ଷୀରେଶ୍ବର ସାହୁ, ଜିଲ୍ଲା ପରିଷଦର ଅତିରିକ୍ତ ନିର୍ବାହୀ ଅଧିକାରୀ କ୍ଷମାନିଧ୍ ଭୋଇ, ଜିଲ୍ଲା ଶିକ୍ଷା ଅଧିକାରୀ ଡଃ ପ୍ରଶାନ୍ତ ମହାନ୍ତି, ଜିଲ୍ଲା କ୍ରୀଡ଼ା ଅଧିକାରୀ ରାଜେନ୍ଦ୍ର ବଢ଼େଇ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରମାକାନ୍ତ ବିଶ୍ଵାସ ଏବଂ ଓଡ଼ିଶା ଜୀବିକା ମିଶନର ଜିଲ୍ଲା ପ୍ରକଳ୍ପ ପରିଚାଳକ ସୁନୀଲ କୁମାର ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଉପସ୍ଥିତ ଅଧିକାରୀ ଓ ଅତିଥିମାନେ ସାଧୁତାର ଶପଥ ଗ୍ରହଣ କରିବା ସହ ରାଷ୍ଟ୍ରୀୟ ଏକତା ଦିବସ ଉପଲକ୍ଷେ ଏକତାର ଶପଥ ମଧ୍ୟ ନେଇଥିଲେ। ସଚେତନତା ସପ୍ତାହ ଉପଲକ୍ଷେ ଆୟୋଜିତ ସ୍ଲୋଗାନ ଓ ଚିତ୍ରାଙ୍କନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ।
